କମିବ ପେଟ୍ରୋଲ ଡିଜେଲ ଦର!
କମିଲା ଅଶୋଧିତ ତୈଳ ଦର, ଏବେ କମିବ ପେଟ୍ରୋଲ-ଡିଜେଲ ଦର । ଖୁବ୍ଶୀଘ୍ର ପେଟ୍ରୋଲ ଡିଜେଲ ଦର ହ୍ରାସ ପାଇବାକୁ ଯାଉଛି । ଯାହାଫଳରେ ସାଧାରଣ ଖାଉଟିଙ୍କୁ ଆଶ୍ୱସ୍ଥି ମିଳିବ । ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ହ୍ରାସ ପାଇବା ପରେ ଏବେ ସାଧାରଣ ଖାଉଟିଙ୍କ ପାଇଁ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇବ ବୋଲି ଆଶା କରାଯାଇଛି । ଏନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ମଧ୍ୟ ସରିଛି । ଅଶୋଧିତ ତୈଳ ଦର ହ୍ରାସ ହେବା ପରେ ଓଏମ୍ସି ଅନେକ ଲାଭ ପାଇଛି ବୋଲି କୁହାଯାଇଛି । ତେଣୁ ଖୁବ୍ଶୀଘ୍ର ପେଟ୍ରୋଲ ଡିଜେଲ ଦର ହ୍ରାସ ପାଇବାକୁ ଯାଉଛି । ଯାହାଫଳରେ ସାଧାରଣ ଖାଉଟିଙ୍କୁ ଆଶ୍ୱସ୍ଥି ମିଳିବ । ଏବେ ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦାମ ବୃଦ୍ଧି ପାଇଛି । ସୋମବାର ପେଟ୍ରୋଲ ମୂଲ୍ୟ ଲିଟର ପ୍ରତି ୨୮ ପଇସା ଓ ଡିଜେଲ ୨୭ ପଇସା ବୃଦ୍ଧି ପାଇଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପ୍ରତି ୧୦୩.୪୭ ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ ରହିଛି ୯୫.୦୩ ଟଙ୍କା ରହିଛି । ଡିସେମ୍ବର ୧୦ ଅର୍ଥାତ୍ ରବିବାର ଭୁବନେଶ୍ୱରରେ ପେଟ୍ରୋଲ ୧୦୩.୧୯ ଟଙ୍କା ଓ ଡିଜେଲ ୯୪.୭୬ ଟଙ୍କା ଥିଲା । ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ମୂଲ୍ୟ ଲିଟର ପ୍ରତି ୯୬.୭୨ ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ ୮୯.୬୨ ଟଙ୍କା ରହିଛି ।