ମହାରାଷ୍ଟ୍ରରେ ପାଓ୍ବାର ମୋଦି ଏକାଠି

ମହାରାଷ୍ଟ୍ରରେ ଗୋଟିଏ ମଞ୍ଚରେ ମୋଦି-ପାଓ୍ବାର

ପୁଣେ ଗସ୍ତରେ ପ୍ରଧାନମନ୍ତ୍ରୀ । ନରେନ୍ଦ୍ର ମୋଦି ପୁଣେର ଦାଗଦୁଶେଠ ମନ୍ଦିରରେ ଦର୍ଶନ ଏବଂ ପୂଜାର୍ଚ୍ଚନା କରିବା ପରେ ପ୍ରଧାନମନ୍ତ୍ରୀ ତିଲକ ସ୍ମାରକ ମନ୍ଦିର ଟ୍ରଷ୍ଟ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ | ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କ ସହ ଶରଦ ପାୱାର ମଧ୍ୟ ନଜର ଆସିଥିଲେ | ଉଭୟ ନେତା ବେଶ କିଛି ସମୟ ପାଇଁ ପରସ୍ପର ସହ କଥା ହୋଇଥିଲେ | ଯାହାକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି । ପ୍ରଧାନମନ୍ତ୍ରୀ ବିମାନବନ୍ଦରରେ ଓହ୍ଲାଇବା ପରେ ତାଙ୍କୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏବଂ ଅଜିତ ପାୱାରଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସ୍ୱାଗତ କରିଥିଲେ ।