ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ

ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ଦେଶ ପାଳୁଛି ୭୮ତମ ସ୍ୱାଧୀନତା ଦିବସ। ଦିଲ୍ଲୀର ଲାଲକିଲ୍ଲାରେ ଲଗାତର ୧୧ ଥର ପାଇଁ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜବାହରଲାଲ ନେହେରୁ ଓ ଇନ୍ଦିରା ଗାନ୍ଧୀଙ୍କ ପରେ ସେ ତୃତୀୟ ପ୍ରଧାନମନ୍ତ୍ରୀ ଭାବେ କ୍ରମାଗତ ୧୧ଥର ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସର ବିଶେଷ ଗୁରୁତ୍ୱପୂର୍ଣ୍ଣ, କାରଣ ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ତୃତୀୟ କାର୍ଯ୍ୟକାଳରେ ପ୍ରଥମ ସ୍ୱାଧୀନତା ଦିବସ ଅଭିଭାଷଣ । ଏହା ସହ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ପଛରେ ପକାଇଛନ୍ତି । ଯିଏ କି ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୧୦ ଥର ତ୍ରିରଙ୍ଗା ଉତ୍ତୋଳନ କରିଥିଲେ । ତେବେ ୧୭ ଥର ଓ ୧୬ ଥର ପତାକା ଉତ୍ତୋଳନ କରିଥିବା ଜବାହରଲାଲ ନେହେରୁ ଓ ଇନ୍ଦିରା ଗାନ୍ଧୀଙ୍କ ପଛରେ ମୋଦୀ ରହିଛନ୍ତି ।

Leave a Reply

Your email address will not be published. Required fields are marked *