ଧାରା ୩୭୦ ଉଚ୍ଛେଦ ଉପରେ ଆଜି ଆସିବ ସୁପ୍ରିମକୋର୍ଟଙ୍କ ରାୟ

ଆସିବ ଧାରା ୩୭୦ ରାୟ

ଆଜି ଆସିବ ଧାରା ୩୭୦ର ରାୟ । ଜାମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପ୍ରତିବାଦରେ ହୋଇଥିବା ମାମଲାର ରାୟ ଶୁଣାଇବେ ସର୍ବୋଚ୍ଚ ଅଦାଲତ । ୨୦୧୯ରେ ଧାରା ୩୭୦ ଉଚ୍ଛେଦ ବିରୋଧରେ ଦାଖଲ ହୋଇଥିବା ବିଭିନ୍ନ ଆବେଦନ ଉପରେ କୋର୍ଟ ରାୟ ପ୍ରଦାନ କରିବେ । ୧୬ ଦିନର ଶୁଣାଣି ପରେ ସୁପ୍ରିମକୋର୍ଟ ଚଳିତ ବର୍ଷ ସେପ୍ଟେମ୍ବର ୫ ତାରିଖରେ ରାୟ ସଂରକ୍ଷିତ ରଖିଥିଲେ । ମୁଖ୍ୟ ବିଚାରପତି ଡିୱାଇ ଚନ୍ଦ୍ରଚୁଡ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି । କେନ୍ଦ୍ର ସରକାରଙ୍କ ଏହି ନିଷ୍ପତିକୁ ଚ୍ୟାଲେଞ୍ଜ କରି ବହୁ ପିଟିସନ ସୁପ୍ରିମକୋର୍ଟରେ ଦାଖଲ ହୋଇଛି । ୨୦୧୯ ଅଗଷ୍ଟ ୫ ତାରିଖରେ କେନ୍ଦ୍ର ସରକାର ଜାମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିଥିଲେ ।