ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ

କେଜ୍ରିୱାଲଙ୍କୁ ଜାମିନ

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲଙ୍କୁ ମିଳିଲା ଜାମିନ। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ। ଜୁନ୍ ୧ ପର୍ଯ୍ୟନ୍ତ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି। ଗିରଫ ପରେ କେଜ୍ରିୱାଲ ତିହାର ଜେଲରେ ଅଛନ୍ତି। ମାର୍ଚ୍ଚ ୨୧ରେ ଗିରଫ ହୋଇଥିଲେ ଅରବିନ୍ଦ କେଜ୍ରିୱାଲ । ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କରିଥିଲା ଇଡି। ଦିଲ୍ଲୀ ବାସଭବନରେ ପଚରାଉଚରା ପରେ କେଜରିୱାଲଙ୍କୁ ଗିରଫ କରାଯାଇଥିଲା। ଇଡିର ଏସିପି ରାଙ୍କର ବହୁ ଅଧିକାରୀ ରେଡରେ ସାମିଲ ହୋଇଥିଲେ। ଦଶମ ସମନ ପରେ ମନିଲଣ୍ଡ୍ରିଂ ଆକ୍ଟ ଧାରା ୫୦ ଅନୁଯାୟୀ ତାଙ୍କୁ ଜେରା କରାଯାଇଥିଲା। ପରେ ଶେଷରେ ମାର୍ଚ୍ଚ ୨୧ରେ ଗିରଫ କରାଯାଇଥିଲା।