ଅପରାଧିକ ମାମଲା ଥିଲେ ବିଜ୍ଞାପନ ଜରିଆରେ ଜଣାଇବେ ପ୍ରାର୍ଥୀ

ଦେଶରେ ୭ଟି ପର୍ଯ୍ୟାୟରେ ହେବ ଭୋଟ

୭ଟି ପର୍ଯ୍ୟାୟରେ ସାରା ଦେଶରେ ହେବ ଭୋଟ ଗ୍ରହଣ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ୨ୟ ପର୍ଯ୍ୟାୟ- ଏପ୍ରିଲ ୨୬, ୩ୟ ପର୍ଯ୍ୟାୟ- ମେ’ ୭, ଚତୁର୍ଥ ପର୍ଯ୍ୟାୟ- ମେ’ ୧୩, ୫ମ ପର୍ଯ୍ୟାୟ- ମେ’ ୨୦, ଷଷ୍ଠ ପର୍ଯ୍ୟାୟ- ମେ’ ୨୫, ସପ୍ତମ ପର୍ଯ୍ୟାୟ- ଜୁନ୍‌ ୧ରେ ହେବ। ଜୁନ୍‌ ୪ ମଙ୍ଗଳବାର ଦିନ ସାରା ଦେଶରେ ଲୋକସଭା ଓ ବିଧାନସଭା ଭୋଟ ଗଣତି ହେବ। ନିର୍ବାଚନ ପ୍ରସ୍ତୁତି ସଂପର୍କରେ ସୂଚନା ଦେଲେ ସିଇସି ରାଜୀବ କୁମାର। ସେ କହିଛନ୍ତି, ଚଳିତ ନିର୍ବାଚନରେ ଅପରାଧିକ ମାମଲା ଥିଲେ ପ୍ରାର୍ଥୀ ବିଜ୍ଞାପନ ଜରିଆରେ ଜଣାଇବେ। ଖବର କାଗଜ, ଟିଭିରେ ୩ ଥର ନିଜ ଅପରାଧ ବିବରଣୀ ଦେବେ। ରାଜନୈତିକ ଦଳ ବି ଏନେଇ ବିସ୍ତୃତ ସୂଚନା ପ୍ରଦାନ କରିବେ। କାହିଁକି ଏଭଳି ପ୍ରାର୍ଥୀଙ୍କୁ ଟିକେଟ ଦେଲେ, ତା’ର କାରଣ ଦର୍ଶାଇବେ। ଏପ୍ରିଲ ୧୯ ତାରିଖରେ ପ୍ରଥମ ପର୍ୟ୍ୟାୟ ଭୋଟ୍ ଗ୍ରହଣ ଆରମ୍ଭ ହେଇ ଜୁନ୍ ୧ ତାରିଖରେ ସରିବ ୭ମ ପର୍ୟ୍ୟାୟ ଭୋଟ୍ ଗ୍ରହଣ । ଏହାପରେ ଜୁନ୍ ୪ ତାରିଖରେ ଭୋଟ୍ ଗଣତି କରାଯାଇ, ସେହିଦିନ ହିଁ ରେଜଲ୍ଟ ପ୍ରକାଶ ପାଇବ ବୋଲି ନିର୍ବାଚନ କମିସନର ଘୋଷଣା କରିଛନ୍ତି ।