ପଡିବ ପରିଣିତି ଓ ରାଘବଙ୍କ ହାତଗଣ୍ଠି

ପରିଣିତି ଓ ରାଘବଙ୍କ ବାହାଘର କାର୍ଡ

ମେ’ ମାସରେ ନିର୍ବନ୍ଧ ସରିବା ପରେ ପରିଣିତି ଓ ରାଘବଙ୍କ ବିବାହକୁ ନେଇ ଫ୍ୟାନ୍ସଙ୍କ ମଧ୍ୟରେ ବେଶ ଉତ୍ସାହ ରହିଛି । ନିର୍ବନ୍ଧ ପରଠାରୁ ଦୁହିଁଙ୍କ ବିବାହ କେବେ ହେବ ସେନେଇ ଚର୍ଚ୍ଚା ଚାଲିଥିଲା । ହେଲେ ‌ଏବେ ଦୁହିଁଙ୍କ ପ୍ରଶଂସକଙ୍କ ଅପେକ୍ଷାର ଅନ୍ତ ଘଟିଛି। କୁହାଯାଉଛି ଯେ, ଅଭିନେତ୍ରୀ ପରିଣିତି ଚୋପ୍ରା ଓ ଆମଆଦମୀ ପାର୍ଟିର ସାଂସଦ ରାଘବ ଚଡ୍ଡା ଚଳିତ ବର୍ଷ ସେପ୍ଟେମ୍ବରରେ ବିବାହ କରିବେ । ସେପ୍ଟେମ୍ବରରେ ୨୩ରେ ମଙ୍ଗନ ଓ ୨୪ରେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହେବା ପାଇଁ ଧାର୍ଯ୍ୟ କରିଥିବା ଜଣାପଡ଼ିଛି। ଭଉଣୀ ତଥା ଲୋକପ୍ରିୟ ଅଭିନେତ୍ରୀ ପ୍ରିୟଙ୍କା ‌ଚୋପ୍ରା ଜୋନସଙ୍କ ଭଳି ପରିଣୀତି ମଧ୍ୟ ରାଜସ୍ଥାନ ଉଦୟପୁରରେ ବିବାହ କରିବେ ।