ତାତିରୁ ମିଳିବ ରକ୍ଷା

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି। ଫଳରେ ଆଗକୁ ଆଉ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ନଥିବା ବେଳେ ପ୍ରାକ୍‌ ମୌସୁମୀ ଜନିତ କାଳବୈଶାଖୀ ଓ ବର୍ଷାରେ ସାରା ରାଜ୍ୟ ଭିଜିବାର ସମ୍ଭାବନା ରହିଛି। ଆସନ୍ତାକାଲି ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୨ ଜୁନ୍‌ରୁ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ କିଛି ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୨୧ ତାରିଖରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ୨୩ ଏବଂ ୨୪ ତାରିଖରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।