ଆଜି ମାଟି ଓ ଆକାଶର ମିଳନର ପର୍ବ ରଜ । ପହିଲି ରଜ ପାଇଁ ଉତ୍ସବମୁଖର ଗାଁ ଠୁ ସହର । ଜ୍ୟେଷ୍ଠ ମାସ ଶେଷ ଓ ଆଷାଢ଼ର ପହିଲି ପୁଲକରେ ଆସିଛି ରଜ ପର୍ବ । ଆଷାଢର ପ୍ରଥମ ଜଳରେ ମା’ ମାଟି ହୋଇଛି ରଜସ୍ବଳା । ଏଥିପାଇଁ ଏହିଦିନ କୃଷିକର୍ମ ନିଷେଧ କରାଯାଇଛି । ୩ ଦିନ ଧରି ପାଳିତ ହେବାକୁ ଥିବା ଏହି ରଜ ପର୍ବର ପୂର୍ବରୁ ମଙ୍ଗଳବାର ଯାଇଛି ସଜବାଜ । କୁମାରୀମାନେ ଅଳତା, କୁଙ୍କୁମ ନାଇ ରଜ ପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି । ଆଜି ପହିଲି ରଜ ଥିବାବେଳେ ଆସନ୍ତାକାଲି ରଜ ସଂକ୍ରାନ୍ତି । ଭୂମି ଦହନ ପରେ ବସୁମତି ସ୍ନାନ କରାଯିବ । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାରେ ରଜର ମହତ୍ତ୍ବ ଅନନ୍ୟ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୩ ଦିନ ସେମାନ କୌଣସି କାମ କରିବାକୁ ବାରଣ କରାଯାଇଛି । ଏପରିକି ଫୁଙ୍ଗୁଳା ପାଦ ଧରିତ୍ରୀ ଉପରେ ରଖିବା ବି ମନା । ଏଥିପାଇଁ ଝିଅମାନେ ପାଦରେ ବାନ୍ଧିଥାନ୍ତି କଦଳୀ ପାଟୁକା । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକୁଛି ପରିବେଶ । ସଜେଇ ହୋଇ ଫୁଲ ଦୋଳିରେ ଝୁଲି ଝୁଲି ଭାଇର ମଙ୍ଗଳ ମନାସୁଛନ୍ତି ଭଉଣୀ ।
Related Posts
ବିଜେବି ଓ ମହର୍ଷି କଲେଜରେ ମାରପିଟ୍
- Editor
- July 5, 2023
- 0
ବ୍ୟାସନଗରରେ ଶୁଭାରମ୍ଭ ହେଲା ରୟାଲଷ୍ଟାଗ ପାନୀୟ ଜଳ
- Jajati express Reporter
- October 31, 2023
- 0
‘ବିଜେପି ଆସିଲେ ଭଦ୍ରକରେ ହେବ ମେଡିକାଲ କଲେଜ ଏବଂ ହସ୍ପିଟାଲ’
- User 003
- May 28, 2024
- 0