ମୃତକଙ୍କ ପରିବାରକୁ ମିଳିବ ୩ ଲକ୍ଷ ଟଙ୍କାର ସହାୟତା ରାଶି

ଦିଗପହଣ୍ଡି ଖେମୁଣ୍ଡି କଲେଜ ଛକ ନିକଟରେ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି । ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ଘଟଣାଗ୍ରସ୍ତଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଓ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଆହତଙ୍କ ଚିକିତ୍ସା ପାଇଁ ଗଞ୍ଜାମ ପ୍ରଶାସନ ୩୦ ହଜାର ଟଙ୍କା ଘୋଷଣା କରିଛି ଗଞ୍ଜାମ ପ୍ରଶାସନ  ।