ରଥଯାତ୍ରାରେ ମୁତୟନ ହେବେ ୧୬୦ ପ୍ଲାଟୁନ୍ ଫୋର୍ସ

ଆଉ ୬ ଦିନ ପରେ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା । ପୁରୀରେ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି । ଆଜି ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏସପିଙ୍କ କାର୍ଯ୍ୟାଳୟରେ ବିଭିନ୍ନ ପଦାଧିକାରୀଙ୍କୁ ନେଇ ବୈଠକ ବସିଥିଲା ।  ଗତବର୍ଷ ଭଳି ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ ଶେଷ କରିବା ପାଇଁ  ୧୬୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ପୂର୍ବବର୍ଷ ଭଳି ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ ବୋଲି ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ କହିଛନ୍ତି। ଏହି ବୈଠକରେ ଗୁଇନ୍ଦା ନିର୍ଦ୍ଧେଶକ ସଞ୍ଜୀବ ପଣ୍ଡା, ଅତିରିକ୍ତ ଡିଜି ରାଧାକୃଷ୍ଣ ଶର୍ମା, ଏଡିଜି ସଞ୍ଜୟ କୁମାର, ଦୟାଲ ଗଙ୍ଗୱାର, ଅମିତାଭ ଠାକୁର, ଅମିତେନ୍ଦ୍ର ନାଥ ସିହ୍ନା, ଆଶିଷ ସିଂହ, ଅଖିଳେଶ୍ୱର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।