ରଥରେ ଚଢିଥିଲେ ଅଣସେବାୟତ, ରିଲ୍ସ ଭାଇରାଲ !

ସରିଗଲା ରଥଯାତ୍ରା । ହେଲେ ପୁଣି ଏକ ବିବାଦ ସାମ୍ନାକୁ ଆସିଛି । ରଥ ଉପରେ ଅଣସେବାୟତ ବେଶରେ ଚଢିଥିଲେ ମାଳ ମାଳ ଭକ୍ତ ।ପୁଣି ଶ୍ରୀଅଙ୍ଗକୁ ଛୁଇଁବା ସହ ଶ୍ରୀବିଗ୍ରହଙ୍କ ପାଖରେ ବସି ଫୋଟୋ ଓ ରିଲ କରି ନିଜ ନିଜ ସୋସିଆଲ ମିଡ଼ିଆରେ ଅପଲୋଡ କରିଛନ୍ତି । ତେବେ ଏମାନେ କିଭଳି ରଥ ଉପରକୁ ଗଲେ । ଆଉ ସୁରକ୍ଷା ବ୍ୟବସ୍ଥାର ଦ୍ୱାହି ଦେଉଥିବା ଆଇପିଏସ ଅଫିସର ମାନଙ୍କର ଏଭଳି ଢିଲା ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଜଗନ୍ନାଥ ପ୍ରେମୀ ।

ଗତ ରଥଯାତ୍ରାରେ ସେବାୟତ ବେଶରେ ବହୁ ଅଣ ସେବାୟତ ମହାପ୍ରଭୁଙ୍କ ରଥ ଉପରେ ଚଢିଥିବା ନଜରକୁ ଆସିଛି । ରଥ ଉପରେ ଏହି ଅଣସେବାୟତ ଚଢି ଫଟୋ ସହିତ ରିଲ୍ କରିଥିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଜଣାପଡ଼ିଛି । ଏପରିକି ଶ୍ରୀଅଙ୍ଗକୁ ଛୁଇଁବା ସହ ଶ୍ରୀବିଗ୍ରହଙ୍କ ପାଖରେ ବସି ଫୋଟୋ ଓ ରିଲ୍ ମଧ୍ୟ କରିଥିବା ନଜରକୁ ଆସିଛି । ଏମାନେ ସେବାୟତ କି ନୁହେଁ ତାହା ସନ୍ଦେହ ଜାତ ହୋଇଥିବା ବେଳେ ଏହି ଫଟୋ ଓ ଭିଡ଼ିଓକୁ ନେଇ ତର୍ଜମାର ଆବଶ୍ୟକତା ରହିଛି ।

ରଥ ଉପରକୁ କିଭଳି ଗଲେ ଆଉ ସୁରକ୍ଷା ବ୍ୟବସ୍ଥା ଦାୟିତ୍ୱରେ ଥିବା ଅଧିକାରୀ କଣ ସୁରକ୍ଷା ରକ୍ଷା କରୁଥିଲେ ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ କି ସେବାୟତ ମାନଙ୍କ ପକ୍ଷରୁ ବର୍ତ୍ତମାନ ପର୍ଯ୍ୟନ୍ତ ଥାନାରେ କୌଣସି ଅଭିଯୋଗ ଦିଆଯାଇନଥିବା ବେଳେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଆଲୋଡନ ସୃଷ୍ଟି ହୋଇଛି ।