ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା । ଘଣ୍ଟା ଘଣ୍ଟା ଧରି ଅପେକ୍ଷା ପରେ ମହାବାହୁଙ୍କ ରଥ ଟଣା ହେଉଛି । ବିଶ୍ବ ନିୟନ୍ତା ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷକୁ ଭକ୍ତମାନେ ଶ୍ରଦ୍ଧାର ସହିତ ଟାଣି ନେଉଛନ୍ତି। ଅପରାହ୍ଣ ୪ଟା ୫୦ରେ ନନ୍ଦିଘୋଷ ରଥକୁ ଭକ୍ତମାନେ ଶରଧାବାଲି ଅଭିମୁଖେ ଟାଣି ନେଇଛନ୍ତି। ଏହା ପୂର୍ବରୁ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନକୁ ଭକ୍ତମାନେ ଶରଧାବାଲି ଅଭିମୁଖେ ଟାଣି ନେଉଛନ୍ତି। ବଡ଼ଦାଣ୍ଡରେ ଆଜି ଅପରାହ୍ଣ ୩ଟା ୪ ମିନିଟରେ ରଥଟଣା ଆରମ୍ଭ ହୋଇଥିଲା। ଭକ୍ତମାନେ ପ୍ରଥମେ ବଳଭଦ୍ରଙ୍କ ତାଳଧ୍ବଜକୁ ଟାଣିବା ଆରମ୍ଭ କରିଦେଇଥିଲେ। ଏହା ପରେ ଅପରାହ୍ଣ ୩ଟା ୫୫ ମିନିଟରେ ଦର୍ପଦଳନକୁ ଟାଣିଥିଲେ। ଭକ୍ତଙ୍କ ହରିବୋଲ, ହୁଳହୁଳି ଡାକ ସହ ଘଣ୍ଟଘଣ୍ଟି ଧ୍ବନିରେ ବଡ଼ଦାଣ୍ଡ ଉଛୁଳି ପଡୁଛି।
Related Posts
ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ
- Editor
- June 28, 2023
- 0
ବନକଲାଗି କରିବାକୁ ଅଡ଼ିବସିଲେ ସେବାୟତ
- Editor
- July 27, 2023
- 0
ଟଙ୍କା ପାଇଁ ଛୁଆ ବିକିଲା ମା’ !
- Jajati express Reporter
- July 28, 2023
- 0