ଶ୍ରୀଜିଉଙ୍କୁ ଲାଗି ହେବ ଖଡି ପ୍ରସାଦ

ଆଜି ଅଣସରର ଚତୁର୍ଦ୍ଦଶୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଘଣ୍ଟ, ଛତା କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ି ପ୍ରସାଦ ବିଜେ କରାଯିବ । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡ଼ି ପ୍ରସାଦ, ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ । ଏହା ପରେ ଦତ୍ତମହାପାତ୍ର ସେବାୟତମାନେ ହିଙ୍ଗୁଳ, ହରତାଳ,କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ । ଏହି ବନକଲାଗି ନୀତି ଆଜି ଓ ଆସନ୍ତାକାଲି ପର୍ଯ୍ୟନ୍ତ ଚାଲିବ ।