ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା ନବରଙ୍ଗପୁରର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍ସ। ୫ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ। ରିମାଣ୍ଡ ସମୟରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସମ୍ପର୍କରେ ଅଧିକ ଖୋଳତାଡ଼ କରିବ ଭିଜିଲାନ୍ସ। ପୂର୍ବରୁ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ। କୋଟି କୋଟି ଟଙ୍କା ବେଆଇନ ସମ୍ପତ୍ତି ଠୁଳ କରିଥିଲେ ପ୍ରଶାନ୍ତ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ବିଭାଗ । ଆୟଠାରୁ ୫୦୦% ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ।
Related Posts
ସେବାୟତଙ୍କ ମଧ୍ୟରେ ବିବାଦ, ଉପାସ ରହିଲେ ବାବା ଲିଙ୍ଗରାଜ
- Editor
- August 29, 2023
- 0
ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ
- User 003
- November 23, 2024
- 0
ଜଳଗର୍ଭରେ ବ୍ୟାସ ସରୋବର !
- Jajati express Reporter
- August 5, 2023
- 0