କଟକ ଏସସିବି ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ
କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ । ମେଡିକାଲର ଏକ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନା ମିଳିଛି । ଏହି ଅଭାବନୀୟ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି ପୁଲିସ କମିସନର ।ସୂଚନା ଅନୁଯାୟୀ, ଯେଉଁ ୱାର୍ଡରେ ନିଆଁ ଲାଗିଥିଲା, ସେଠାରେ ସେହି ସମୟରେ ପ୍ରାୟ ୨୨ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ରୋଗୀମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ସମୟ ମିଳିନଥିଲା। ଫଳରେ ଅଧିକାଂଶ ରୋଗୀ ଶ୍ୱାସରୁଦ୍ଧ ହୋଇ ଏବଂ ନିଆଁରେ ପୋଡ଼ି ହୋଇ ପ୍ରାଣ ହରାଇଛନ୍ତି । ଖବର ପାଇ ଅଗ୍ନିଶମ ବାହିନୀର ଏକାଧିକ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।
