ଗଡ଼ିବନି ଗାଡ଼ି, ଖୋଲିବନି ଦୋକାନ

ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ

ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ। ଗଡ଼ିବନି ଗାଡ଼ି, ଖୋଲିବନି ଦୋକାନ। ଜରୁରୀକାଳୀନ ସେବାକୁ ଏଥିରୁ ବାଦ ଦିଆଯାଇଛି। ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଓଡ଼ିଶା ବନ୍ଦ ଡାକରା । ଆଜି ଦିନିକିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ ବିରୋଧୀ ଦଳ ।  ଦୋକାନ, ବଜାର, ଶିକ୍ଷାନୁଷ୍ଠାନ ସମେତ ସମସ୍ତ କାର୍ଯ୍ୟାଳୟ, ଅଦାଲତ, ବ୍ୟାଙ୍କ ଓ ବୀମା ଭଳି ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବନ୍ଦ ରଖିବା ପାଇଁ ଆହ୍ୱାନ ଦିଆଯାଇଛି । ରାଜଧାନୀ ସମେତ ସାରା ରାଜ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି କଂଗ୍ରେସ ଓ ୮ ରାଜନୈତିକ ଦଳ । ବନ୍ଦ ପାଳନରୁ ଅତ୍ୟାବଶ୍ୟକ ସେବା, ଆମ୍ୱୁଲାନ୍ସ, ରୋଗୀଙ୍କ ଚିକିତ୍ସା ଆଦି ବାଦ ଦିଆଯିବ ବୋଲି ବନ୍ଦ ଡାକରା ଦେଇଥିବା ଦଳ ସ୍ପଷ୍ଟ କରିଛନ୍ତି । ଦିନିକିଆ ବନ୍ଦକୁ ସଫଳ କରିବା ପାଇଁ ରାଜ୍ୟର ଜନସାଧାରଣଙ୍କୁ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି କଂଗ୍ରେସ ସମେତ ୮ ରାଜନୈତିକ ଦଳ । ବିଜେପି ସରକାରର କୁଶାସନ ବିରୋଧରେ ଏହି ବନ୍ଦ ମହିଳାଙ୍କ ସମ୍ମାନ ଓ ସୁରକ୍ଷା ପାଇଁ ଓଡ଼ିଶା ବନ୍ଦ ଲୋକଙ୍କର ହେଉ ବୋଲି ବିରୋଧୀମାନେ ଅପିଲ କରିଛନ୍ତି ।