ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ

ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ

ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ। ସକାଳ ୬ରୁ ସନ୍ଧ୍ୟା ୬, ସବୁ ଜିଲ୍ଲାପାଳଙ୍କୁ ସତର୍କ କଲା ଗୃହ ବିଭାଗ। ନବ ନିର୍ମାଣ କୃଷକ ସଂଗଠନ ଏବଂ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ବୁଧବାର ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ ପାଇଁ ଆହ୍ୱାନ ଦିଆଯାଇଛି। ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟିକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ଥିବା ଅଭିଯୋଗ କରିଛି ନବ ନିର୍ମାଣ ଯୁବ ଛାତ୍ର ସଂଗଠନ।ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରତ୍ୟାହାର କରି ସଂଶୋଧିତ ପୁସ୍ତକ ଯୋଗାଇବା ସହ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରିଛି ସଂଗଠନ।

Leave a Reply

Your email address will not be published. Required fields are marked *