ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୂରଣ ହେବ ୧୪୦୦ ଖାଲି ପଦ
ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ପଡ଼ିଥିବା ପଦ ପୂରଣକୁ ନେଇ ବଡ଼ କସରତ । ଲୋକ ଭବନରେ ରାଜ୍ୟପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ବୈଠକରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଯୋଗ ଦେଇଥିବା ବେଳେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ଥିଲେ ।ବିଶେଷ କରି ବିଶ୍ୱବିଦ୍ୟାଳୟଗୁଡ଼ିକରେ ଦୀର୍ଘଦିନ ଧରି ଖାଲି ପଡ଼ିଥିବା ୧୪୦୦ରୁ ଅଧିକ ପଦରେ ନିଯୁକ୍ତି କିଭଳି ଶୀଘ୍ର କରାଯିବ, ତାହା ବୈଠକର ପ୍ରମୁଖ ପ୍ରସଙ୍ଗ ରହିଥିଲା। ନଭେମ୍ବର ମାସରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରି ଯଥାସମ୍ଭବ କମ୍ ସମୟ ମଧ୍ୟରେ ଏହାକୁ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ବୈଠକ ଶେଷ ହେବା ପରେ ଏନେଇ ସୂଚନା ଦେଇଛନ୍ତି ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର।
