ପ୍ରକାଶ ପାଇଲା +୨ ପରୀକ୍ଷା ଫଳ

ଚଳିତ ବର୍ଷ +୨ ପାସ ହାର ୮୨.୭୭ ପ୍ରତିଶତ

ପ୍ରକାଶ ପାଇଛି ଯୁକ୍ତ ଦୁଇ ପରୀକ୍ଷା ଫଳ। ଅପରାହ୍ଣ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ- CHSEର ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟର ରେଜଲ୍ଟ ପ୍ରକାଶ ପାଇଛି। ଏକାସଙ୍ଗେ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ବାହାରିଛି। results.odisha.gov.in ଓ results.digilocker.gov.inରେ ଛାତ୍ରଛାତ୍ରୀମାନେ ଫଳାଫଳ ଦେଖିପାରିବେ।CHSEର ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟରେ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପରୀକ୍ଷା ଫଳ ଘୋଷଣା କରିଛନ୍ତି।

ଚଳିତ ବର୍ଷ ପାସ ହାର ୮୨.୭୭ ପ୍ରତିଶତ ରହିଛି।  ଚଳିତ ବର୍ଷ ପୁଅଙ୍କ ତୁଳନାରେ ଝିଅଙ୍କ ପାସ ହାର ଅଧିକ ରହିଛି। ଝିଅଙ୍କ ପାସ୍ ହାର୍ ୮୭.୨୪% ଥିବା ବେଳେ ପୁଅଙ୍କ ପାସ୍ ହାର୍ ୭୭.୮୮% ରହିଛି। ୧ ଲକ୍ଷ ୪୨ ହଜାର ୫୧୬ ଛାତ୍ର ଉତ୍ତୀର୍ଣ୍ଣ ହୋଇଥିବା ବେଳେ ୧ ଲକ୍ଷ ୭୪ ହଜାର ୨୫୧ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି।  କଳାରେ ପାସ ହାର ୮୦.୫୧% ରହିଥିବା ବେଳେ ବିଜ୍ଞାନରେ ୮୭.୪୯% ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ -ବାଣିଜ୍ୟରେ ୮୩.୨% ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ -ଧନ୍ଦାମୂଳକରେ ୬୦% ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ଚଳିତବର୍ଷ ରାଜ୍ୟରେ ୩ ଲକ୍ଷ ୬୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। କଳାରେ ସର୍ବାଧିକ ୨ଲକ୍ଷ ୨୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୬ହଜାର ଓ ବାଣିଜ୍ୟରେ ୨୩ ହଜାରରୁ ଅଧିକ ପରୀକ୍ଷାର୍ଥୀ ରହିଛନ୍ତି।