ଦେଶାନ୍ତର ହେବେ ୨୦ ବାଂଲାଦେଶୀ
ଖୁବଶୀଘ୍ର ଦେଶାନ୍ତର ହେବେ ଜଗତସିଂହପୁରରୁ ଚିହ୍ନଟ ୨୦ ବାଂଲାଦେଶୀ। ରାଜ୍ୟରେ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ତଥ୍ୟ ଜାରି କଲେ ସରକାର। ୨୧୦୯ ସନ୍ଦିଗ୍ଧଙ୍କୁ ଯାଞ୍ଚ କରାଯାଇଛି, ୨୦୨୫ ଜଣ ଭାରତୀୟ ଚିହ୍ନଟ। ଆଉ ୧୩ ଜଣଙ୍କ ପରିଚୟ ପତ୍ର ଯାଞ୍ଚ ଚାଲିଛି। ୭୧ ଜଣଙ୍କୁ ଅବୈଧ ବାଂଲାଦେଶୀ ଭାବେ ଚିହ୍ନଟ କରାଯାଇଛି। ଭୁବନେଶ୍ୱରରେ ସର୍ବାଧିକ ୨୪, କଟକରେ ୧୫, ବ୍ରହ୍ମପୁରରେ ୬ ଚିହ୍ନଟ କରାଯାଇଛି। ୨ ବାଂଲାଦେଶୀ ଅନୁପ୍ରବେଶକାରୀ ନିଜ ନାଁରେ ଭାରତୀୟ ପାସ୍ପୋର୍ଟ କରିଛନ୍ତି।ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହା ଆଗକୁ ଜୋରଦାର ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । ଯେଉଁମାନେ ଏଭଳି କାର୍ଯ୍ୟରେ ଲିପ୍ତ ଅଛନ୍ତି, ସେ ଅନୁପ୍ରବେଶକାରୀ ଅବା ଆଉ କିଏ ସେ ସମସ୍ତଙ୍କ ପ୍ରତି ସରକାରଙ୍କ କଠୋର ଆଭିମୁଖ୍ୟ ରହିବ । ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି, ସେମାନଙ୍କ ବିରୁଦ୍ଧରେ ସରକାରଙ୍କ ଆଭିମୁଖ୍ୟ କଠୋର,ଏହି ପ୍ରକ୍ରିୟା ଆଗକୁ ଯିବ। ଯେଉଁଠି ଯେଉଁଠି ଅନୁପ୍ରବେଶକାରୀ ଅଛନ୍ତି ସେମାନଙ୍କୁ ଚିହ୍ନଟ କରାଯିବ, ସେମାନଙ୍କ କାର୍ଯ୍ୟକୁ ତଦାରଖ କରାଯିବ । ଏହା ସହିତ ସେମାନଙ୍କୁ ଡିପୋଟ୍ ମଧ୍ୟ କରାଯିବ, ଏ ନେଇ ନିଷ୍ପତି ମଧ୍ୟ ହୋଇଛି । ସରକାର ଏନେଇ ସବୁ ବ୍ୟବସ୍ଥାଗ୍ରହଣ କରିବେ । ଏ ବାବଦରେ କେନ୍ଦ୍ର ସରକାରର ଯାହା ଭୂମିକା ରାଜ୍ୟ ସରକାରଙ୍କର ମଧ୍ୟ ସମାନ ଭୂମିକା ରହିଛି ।
