ଖତଗଦାରୁ ମିଳିଲା ୨୧ ଲକ୍ଷ୍ୟ ଟଙ୍କା
ବାଲେଶ୍ଵର ଜିଲା କମର୍ଦ୍ଦା ଥାନା ଅନ୍ତର୍ଗତ ବଡ଼ ମନ୍ଦାରୁଣି ଗ୍ରାମର ଜଣେ ବ୍ୟକ୍ତିଙ୍କ ଖତଗଦାରୁ ମିଳିଛି ୨୧ ଲକ୍ଷ ଟଙ୍କା। ଏହି ଟଙ୍କାକୁ ଜବତ କରିଛି ହାଇଦ୍ରାବାଦ ପୁଲିସ। ଜ୍ବାଇଁ ହାଇଦ୍ରାବାଦର ଏକ କମ୍ପାନୀ ଆଗ୍ରୋ ଇଣ୍ଡଷ୍ଟ୍ରିଜରେ କାମ କରୁଥିବାବେଳେ ସେଠାରୁ ଏହି ଟଙ୍କା ଚୋରି ହୋଇଥିଲା। ଅଭିଯୁକ୍ତ ଯୁବକ ଚୋରି ଟଙ୍କାକୁ ନିଜ ଶଳା ହାତରେ ପଠାଇଥିଲେ, ଯାହାକୁ ସେ ନିଜ ଘରେ ଲୁଚାଇ ରଖିଥିଲେ। ପୁଲିସ ଅଭିଯୁକ୍ତ ଜ୍ବାଇଁ ଗୋପାଳ ବେହେରାକୁ ଧରିଥିବା ଜଣାପଡ଼ିଛି। ତା’ର ଘର ଭୋଗରାଇ ଅଞ୍ଚଳରେ ବୋଲି ସୂଚନା ମିଳିଛି।
