ମା’ ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ତାରିଣୀ ପୀଠ ଉନ୍ନତିକରଣ ପାଇଁ ୨୧୫ କୋଟି ଘୋଷଣା

ଓଡ଼ିଆ ନବ ବର୍ଷରେ ମା’ ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମା ତାରିଣୀ ମନ୍ଦିର ଓ ମନ୍ଦିର ପାରିପାର୍ଶ୍ୱିକ ବିକାଶ ୨୧୫ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଡିପିଆର୍ ପ୍ରସ୍ତୁତ ହୋଇଥିବା ସୂଚନା ଦିଆଯାଇଛି । ଆଜି ଦିନିକିଆ ଗସ୍ତରେ କେନ୍ଦୁଝର ଆଜି ପ୍ରଥମେ କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାଙ୍କ ଦର୍ଶନ ଲାଭ କରି କେନ୍ଦୁଝର ଜିଲ୍ଲା ଓ ଓଡ଼ିଶାର ବିକାଶ ପାଇଁ ମଙ୍ଗଳ ମନାସିଲେ । ସର୍ବୋପରି ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲ୍ଲାରେ ଉନ୍ନତି ସୁନାର କେନ୍ଦୁଝର ଜିଲ୍ଲା ମାଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ଅନ୍ୟପକ୍ଷରେ ଖୁବ୍ ଶୀଘ୍ର ତାରିଣୀ ମନ୍ଦିର ଓ ମନ୍ଦିର  ପାରିପାର୍ଶ୍ବିକ ବିକାଶ କାର୍ୟ୍ୟ ଆରମ୍ଭ ହେବ ବୋଲି କହିଛନ୍ତି । ମା ତାରିଣୀ ମନ୍ଦିର ଓ ମନ୍ଦିର ପାରିପାର୍ଶ୍ୱିକ ବିକାଶ ପାଇଁ ୨୧୫ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଡିପିଆର୍ ପ୍ରସ୍ତୁତ ହୋଇଥିବା  କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।