କଳାହାଣ୍ଡି ପୋଲିସକୁ ବଡ଼ ସଫଳତା

ନଗଦ ୩.୫ କୋଟି ଟଙ୍କା ଜବତ

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା, ନଗଦ ୩.୫ କୋଟି ଟଙ୍କା ଜବତ। ଲୁଟେରାଙ୍କ ଠାରୁ ନଗଦ ସାଢ଼େ ୩ କୋଟି ଟଙ୍କା ଜବତ କଲା ପୋଲିସ। ଧର୍ମଗଡ଼ରୁ ୮ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ ସହ ଟଙ୍କା ଜବତ। ଗିରଫ ୮ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ହୋଇଥିବା ସୂଚନା। ଗିରଫ ଅଭିଯୁକ୍ତ ମାନେ ହେଲେ, ଝାଡଖଣ୍ଡ ରାଜ୍ୟ ରାଞ୍ଚି ଜିଲ୍ଲାର ତାହିର ଅନସାରୀ,ହୁସେନ୍ ଖାନ୍, ଜୈସମ ଖାନ୍, ସାମିମ୍ ଅନସାରୀ,ବାସୁଦେବ ଗୋପେ, ପିଣ୍ଟୁ@ ଆଲିମ୍,ଅନୁଜ କୁମାର। ଗତ ୩୦ ତାରିଖରେ ଧର୍ମଗଡ଼ ଠାରେ ଥିବା ଏକ ଦେଶୀ ମଦ ଭାଟିରେ ଏହି ଡକାୟତ ହୋଇଥିଲା। ବିଳମ୍ବିତ ରାତିରେ ପ୍ରାୟ 8 ଜଣ ଡକାୟତ ମାରଣାସ୍ତ୍ର ଧରି ଡକାୟତି କରିବା ଉଦ୍ଦେଶ୍ୟରେ ଏହି ଭାଟିରେ ପଶିଥିଲେ। ସେଠାରେ ବନ୍ଧୁକ ଏବଂ ମରଣାସ୍ତ୍ର ଦେଖାଇ ଧମକ ଦେଇ ଟଙ୍କା ଲୁଟି ନେଇଥିଲେ। ଏନେଇ ଧର୍ମଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଡକାୟତଙ୍କୁ ଧରିବାକୁ କଳାହାଣ୍ଡି ଏସପିଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରାଯାଇଥିଲା। ଡକାୟତି କରିବା ପରେ ଅଭିଯୁକ୍ତମାନେ JH10AP4817 ନମ୍ବର ବିଶିଷ୍ଟ ବୋଲେରୋ ଯୋଗେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଅନୁସନ୍ଧାନ ସମୟରେ ଅପରାଧରେ ବ୍ୟବହୃତ ଗାଡିକୁ ଝାଡ଼ଖଣ୍ଡରେ ଚିହ୍ନଟ କରାଯାଇ ଠାବ କରାଯାଇଥିଲା। ପୋଲିସ ତଦନ୍ତ ବେଳେ ସ୍ଥାନୀୟ ପୁଲିସ ଦୁଇ ଅଭିଯୁକ୍ତ ସିରାଜ ଆନସାରୀ ଏବଂ କାମେଶ୍ୱର ଯାଦବକୁ ସଂଗେ ସଙ୍ଗେ ଗିରଫ କରିଥିଲା। ଅନ୍ୟ ଅଭିଯୁକ୍ତ ମାନେ ଝାଡ଼ଖଣ୍ଡ ଅଭିମୁଖେ ଫେରାର ହୋଇଥିବା ସମ୍ପର୍କରେ ପୋଲିସ ସୂଚନା ପାଇଥିଲା। ବର୍ତ୍ତମାନ ସୁଦ୍ଧା ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି।