ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ

ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ

ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୁଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ଦୁଇ ମହିଳା କ୍ୟାଡରଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଆଜି ସ୍ଥାନୀୟ ଜିଲ୍ଲା ପୁଲିସ ମୂଖ୍ୟାଳୟରେ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନିତି ଶେଖର। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ଅଛନ୍ତି ବିଜିଏନ ସଙ୍ଗଠନର ଡିଭିଜନାଲ କମିଟି ମେମ୍ବର ମାଦେ ବେତି ଓରଫ ଚମ୍ପା, କେକେବିଏନ ସଙ୍ଗଠନର ଏରିଆ କମିଟି ମେମ୍ବର ରାଜୁ ଦୋଡି ଓରଫ ଅଜୟ ଏବଂ ଆଡମୋ ମାଧବୀ ଓରଫ ମଞ୍ଜୁ। ଚମ୍ପା ୨୦୦୯ରୁ ମାଓ ସଙ୍ଗଠନରେ ସାମିଲ ହୋଇଥିବା ବେଳେ ଅଜୟ ୨୦୧୬ ଏବଂ ମଞ୍ଜୁ ୨୦୧୧ରେ ସାମିଲ ହୋଇଥିଲେ। ଏମାନେ ସମସ୍ତେ ଛତିଶଗଡ଼ କ୍ୟାଡରର ଏବଂ କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ସକ୍ରିୟ ଥିଲେ।  ଲାଲବାହିନୀର ଝାଡଖଣ୍ଡ- ଛତିଶଗଡ଼ କରିଡରକୁ ପୁନଃ ସକ୍ରିୟ କରିବା ଦିଗରେ ଏମାନେ କାମ କରୁଥିଲେ। ଅତୀତରେ ଘଟିଥିବା ଏକାଧିକ ମାଓ କାର୍ଯ୍ୟକଳାପରେ ଏମାନଙ୍କ ସମ୍ପୃକ୍ତି ଥିବା ଆଇଜି ସୂଚନା ଦେଇଛନ୍ତି।