ପ୍ରାକ ବଜେଟ ବୈଠକରେ ଓଡ଼ିଶା ପାଇଁ ୯ଟି ଦାବି

ଓଡ଼ିଶାରେ ପର୍ଯ୍ୟଟନ ବିକାଶ ପାଇଁ ୧୦,୦୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ଦାବି

ପ୍ରାକ ବଜେଟ ବୈଠକରେ ଓଡ଼ିଶା ପାଇଁ ୯ଟି ଦାବି । କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିର୍ମଳା ସୀତାରମଣଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ୯ଟି ଦାବି ରଖିଛନ୍ତି। ଓଡ଼ିଶାର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଅଧିକ ଅର୍ଥର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା କହିଛନ୍ତି। ସେହିପରି ପୁଞ୍ଜି ନିବେଶ ପାଇଁ ସ୍ୱତନ୍ତ୍ର ଆର୍ଥିକ ସହାୟତା, ସହରୀକରଣ ପାଇଁ ମାଷ୍ଟରପ୍ଲାନ ସହାୟତା, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି ।ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍‌ ପାଇଁ ଆବଶ୍ୟକତା ରହିଛି। ଓଡିଶାରେ ନିବେଶ ପ୍ରୋତ୍ସାହନ ପାଇଁ ଏକ ଉପଯୁକ୍ତ ପରିବେଶ ସୃଷ୍ଟି ନିମନ୍ତେ ବିଶେଷ ସହାୟତା। ଓଡ଼ିଶାରେ ପର୍ଯ୍ୟଟନ ବିକାଶ ପାଇଁ ୧୦,୦୦୦ କୋଟି ଟଙ୍କାର ସ୍ୱତନ୍ତ୍ର ପ୍ୟାକେଜ୍ ବ୍ୟବସ୍ଥା । ଏହାବ୍ୟତୀତ ଜଳ ଜୀବନ ମିଶନ ଅଧୀନରେ ଅଧିକ ଅର୍ଥ ଏବଂ ବାକି ପଡ଼ିଥିବା ପ୍ରକଳ୍ପଗୁଡ଼ିକର ଅଗ୍ରଗତି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଇବାକୁ ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *