ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି
ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ସଂଲଗ୍ନବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ । ପରବର୍ତ୍ତୀ ସମୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି ।ଲଘୁଚାପ ପ୍ରଭାବରେ ୨୮ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ବାରଣ କରାଯାଇଛି।
