୪୮ ଘଣ୍ଟାରେ ନେବ ଲଘୁଚାପର ରୂପ , ୧୦ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ !
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ତେବେ ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରୁ ଅକ୍ଟୋବର ୩ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମ୍ଭାବ୍ୟ ବର୍ଷା ସ୍ଥିତିକୁ ଦେଖି ଅକ୍ଟୋବର ୧ରୁ ୨ ତାରିଖ ସକାଳ ଯାଏଁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆଗାମୀ ୪୮ଘଣ୍ଟା ମଧ୍ୟରେ ପୁରା ସ୍ପଷ୍ଟ ହେବ କି ବର୍ଷାର ପ୍ରଭାବ କେତେ ରହିବ ।
