ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି

ସୃଷ୍ଟି ହେଲା ଲଘୁଚାପ

ସୃଷ୍ଟି ହେଲା ଲଘୁଚାପ । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସହ ଏକ ସ୍ପଷ୍ଟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ଅତିପ୍ରବଳ ବର୍ଷା ନେଇ ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ହୋଇଛି । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।ସେହିପରି ବିଜୁଳି, ଘଡଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ଭୀଷଣ ବର୍ଷା ପାଇଁ ଦୁଇ ଜିଲ୍ଲା ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ବିଜୁଳି, ଘଡଘଡି ସହ ଅତିପ୍ରବଳ ବର୍ଷା ପାଇଁ ୮ ଜିଳ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ୨୮ ତାରିଖ ପରଠୁ କମିବ ବର୍ଷା ପରିମାଣ ।