ବାତ୍ୟା ସମ୍ଭାବନା, ପ୍ରସ୍ତୁତ ରାଜ୍ଯ ସରକାର

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟିହେଲା ଲଘୁଚାପ

ସେନ୍ୟାରର ଗତିପଥ କୁଆଡେ ?। ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ମଲ୍ଲକା ଉପସାଗର ମଧ୍ୟଭାଗ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହି ଲଘୁଚାପ ଆସନ୍ତା ୨୪ ତାରିଖରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବ ।ଏହା କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ୨୭ତାରିଖ ପର୍ଯ୍ୟନ୍ତ ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଆଗକୁ ଗତି କରିବା ସହ ଘନୀଭୂତ ହେବ । ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ, ତାହା ୨୭ ତାରିଖରେ ସ୍ପଷ୍ଟ ହେବ ।କିନ୍ତୁ ଅବପାତରେ ପରିଣତ ହେବା ପରେ ୨ରୁ ୩ଦିନ ଆହୁରି ଘନୀଭୂତ ହେବା ସମ୍ଭାବନା ଥିବାରୁ ଏହା ଶକ୍ତିଶାଳୀ ହେବା ଆଶଙ୍କା ରହିଛି । ବିଭିନ୍ନ ପାଣିପାଗ ମଡେଲରେ ବାତ୍ୟାରେ ପରିଣତ ହେବା ନେଇ ଆକଳନ କରିଛନ୍ତି ।

Leave a Reply

Your email address will not be published. Required fields are marked *