ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ସକ୍ରିୟ

୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାଖାପାଖି ଅଞ୍ଚଳ ଉପରେ ରହିଛି। ଆଗାମୀ ୨ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଆଜି ପାଇଁ ୫ଟି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ, ୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଓ ବାକି ୧୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଏଥିସହ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ସହିତ ଝଡ଼ବର୍ଷା ହୋଇପାରେ। ତେଣୁ ଆଉ ୩ ଦିନ ସମୁଦ୍ର ସ୍ଥିତି ଅଶାନ୍ତ ରହିବ। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *