ଟ୍ରକକୁ ପିଟିଲା ବାଲି ବୋଝେଇ ହାଇୱା
ରାଜଧାନୀରେ ଦୁର୍ଘଟଣା । ବାଉଁଶ ବୋଝେଇ ଟ୍ରକକୁ ପିଟିଲା ବାଲି ବୋଝେଇ ହାଇୱା । କାଚ ଭାଙ୍ଗି ଭିତରେ ପଶିଲା ବାଉଁଶ । ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଦୁର୍ଘଟଣା । ହାଇୱା ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ସୂଚନାଯୋଗ୍ୟ, ଶନିବାର ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପୀଠାଖାଇ ଘାଟି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା । ଓଲଟିଲା ଟୁରିଷ୍ଟ ବସ୍ । ୫ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ । ସମସ୍ତ ମୃତାହତ ବ୍ରହ୍ମପୁର ଅଞ୍ଚଳର। ବସଟି ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ବୌଦ୍ଧ ଅଭିମୁଖେ ଯାଉଥିଲା । ବିଳମ୍ବିତ ରାତିରେ ବସଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ପୋଲିସ ଓ ଅଗ୍ନିମବାହିନୀ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିଛଥିଲେ। ଗୁରୁତରଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା ।
