
ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାକୁ ହାଇକୋର୍ଟରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି। ପାରଳାଖେମୁଣ୍ଡି ଏସ୍ଡିଜେଏମ୍ କୋର୍ଟରେ ଚାଲିଥିବା ଏସିଏଫ୍ ସୌମ୍ୟରଂଜନ ହତ୍ୟା ମାମଲାର ଶୁଣାଣି ଉପରେ ହାଇକୋର୍ଟ ସାମୟିକ ସ୍ଥଗିତାଦେଶ ଜାରି କରିଛନ୍ତି। ଏହି ମାମଲାରେ ସଂଗ୍ରାମ ବେହେରା, ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ମାମଲା ଅଭିଯୋଗର ବିଚାର ପାଇଁ ପାରଳାଖେମୁଣ୍ଡି ଏସ୍ଡିଜେଏମ୍ କୋର୍ଟ ନୋଟିସ୍ ଜାରି କରିଥିଲେ।
