ସକ୍ରିୟ ଲଘୁଚାପ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ ଜନିତ ବର୍ଷା । ପାଗ ମେଘୁଆ ରହିବା ସହ ବିଭିନ୍ନ ଥାନାରେ ବର୍ଷା ଜାରିରହିଥିବା ଦେଖିବାକୁ ମିଳିଛି । ସେପଟେ ଆଗକୁ ଆଉ ଏକ ଲଘୁଚାପ ଆସୁଥିବାରୁ ଆସନ୍ତା ୩୧ତାରିଖରୁ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ସୂଚନ ଦେଇଛି । ତ୍ତର ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାରଖଣ୍ଡରୁ ପଶ୍ଚିମ ଆସାମ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଦେଇ ଉତ୍ତର-ଦକ୍ଷିଣ ଟ୍ରଫ୍‌ଲାଇନ୍‌ ଗତି କରୁଛି । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ରାଜ୍ୟରେ ଆସନ୍ତା ୨ ତାରିଖ ଯାଏ ବିସ୍ତୃତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଫଳରେ ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଆସନ୍ତା ୩୧ ତାରିଖରେ ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ‌ବୌଦ୍ଧ, ବଲାଙ୍ଗୀର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ କହିଛି ପାଣିପାଗ ବିଭାଗ । । ଆଜିି ୧୪ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ଦିନରେ ବର୍ଷାର ପରିମାଣ ବୃଦ୍ଧି ଯୋଗୁଁ ତଳିଆ ଅଞ୍ଚଳକୁ ସତର୍କ କରାଯାଇଥିବା ଦେଖିବାକୁ ମିଳିଛି ।