ପୁଣି ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି

ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମୁମ୍ବାଇରେ ଜରୁରୀ ଅତରଣ କଲା ଏୟାର ଇଣ୍ଡିଆ ବିମାନ

ପୁଣି ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଆମେରିକାର ନୱାର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନ AI ୧୯୧ ଉଡ଼ାଣ ଭରିବାର କିଛି ସମୟ ପରେ ମୁମ୍ବାଇ ଫେରିଛି । ମୁମ୍ବାଇରେ ଜରୁରୀ ଅବତରଣ କରିଛି ଏୟାର ଇଣ୍ଡିଆ ବିମାନ । ବିମାନଟି ଟେକ୍ ଅଫ୍ କରିବାର କିଛି ସମୟ ପରେ ବୈଷୟିକ ତ୍ରୁଟି ଦେଖାଦେବା ପାଇଲଟ ଆଶଙ୍କା କରିଥିଲେ । ତେଣୁ ବିମାନକୁ ମୁମ୍ବାଇରେ ଜରୁରୀ ଅବତରଣ କରିଥିଲେ । ବିମାନଟି ସୁରକ୍ଷିତ ଲ୍ୟାଣ୍ଡିଂ କରିଥିଲା ।

Leave a Reply

Your email address will not be published. Required fields are marked *