ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଛି

୧୨.୩୦ ସୁଦ୍ଧା ଏୟରଲିଫ୍ଟ: ଏମ୍ସ ନିର୍ଦ୍ଦେଶକ

ବଳଙ୍ଗା ପୀଡିତାଙ୍କ ଏୟରଲିଫ୍ଟ ନେଇ ଏମ୍ସ ନିର୍ଦ୍ଦେଶକଙ୍କ ସୂଚନା। ଦିନ ୧୨.୩୦ ସୁଦ୍ଧା ଏୟାରଲିଫ୍ଟ ନେଇ ସୂଚନା ଦେଲେ ଆଶୁତୋଷ ବିଶ୍ବାସ। ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ସୁଧାର ଆସିଛି। ରକ୍ତଚାପ ପୂର୍ବଦିନ ଅପେକ୍ଷା ସାମାନ୍ୟ ଥିବା ବେଳେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର। ଦିଲ୍ଲୀ ଏମ୍ସର ଡାକ୍ତରୀଦଳ ସହ ପରିବାର ସଦସ୍ୟ ମଧ୍ୟ ଯିବେ। ତେବେ ଏମ୍‌ସରେ ଚିକିତ୍ସିତ ହେଉଥିବା ବଳଙ୍ଗା ନାବାଳିକାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ୪୮ ଘଣ୍ଟା ପୀଡ଼ିତାଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ । ୧୪ ଜଣିଆ ଟିମ୍ ପୀଡ଼ିତାଙ୍କ ଚିକିତ୍ସା କରୁଛନ୍ତି । ଦିଲ୍ଲୀ ଏମ୍‌ସ ସହ ଯୋଗାଯୋଗରେ ଅଛନ୍ତି ଡାକ୍ତରୀ ଟିମ୍ । ଅକ୍ସିଜେନ ସର୍ପୋଟରେ ରଖାଯାଇଥିଲେ ମଧ୍ୟ ପୀଡ଼ିତା କଥାବାର୍ତ୍ତା କରୁଛନ୍ତି । ଏହାସହ ମାନସିକ ଓ ଶାରୀରିକ ସ୍ତରରେ ଆଘାତ ଲାଗିଛି । ତାଙ୍କୁ ଏୟାରଲିଫ୍ଟ କରିବା ସମ୍ଭବପର ନୁହେଁ ବୋଲି ଏମ୍‌ସ ନିର୍ଦ୍ଦେଶକ କହିଥିଲେ ବି ବର୍ତ୍ତମାନ ଏୟାରଲିଫ୍ଟ କରାଯିବାର ସୂଚନା ଆସୁଛି । ସେପଟେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ୧୮୦ ବିଏନଏସରେ ବୟାନ ରେକର୍ଡ କରାଯାଇଛି ।