ଭୀଷଣ ବାତ୍ୟାରେ ପରିଣତ ହେଲା ‘ଅକଭାନ୍’
ଭୀଷଣ ବାତ୍ୟାର ରୂପ ନେଲା ‘ଅକଭାନ୍’। ବଙ୍ଗୋପସାଗରରେ ଧୀରେ ଧୀରେ ଆଗକୁ ବଢ଼ୁଛି ସାମୁଦ୍ରିକ ଝଡ଼। ଆଜି ସକାଳ ସାଢ଼େ ୫ଟାର ପର୍ଯ୍ୟବେକ୍ଷଣ ଅନୁଯାୟୀ, ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଗତି କରି ଏହା ଭୀଷଣ ବାତ୍ୟାରେ ପରିଣତ ହୋଇଛି । ସେତେବେଳେ ଏହା ବିଶାଖାପାଟଣାଠାରୁ ୬୧୦ କିଲୋମିଟର ଏବଂ ଗୋପାଳପୁରଠାରୁ ୭୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ଥିଲା ।
ପାଣିପାଗ ବିଭାଗର ଆକଳନ ଅନୁସାରେ, ଅକଭାନ୍ ଉତ୍ତର-ପଶ୍ଚିମ ଦିଗକୁ ଗତି ଜାରି ରଖିବ । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ଏହା ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଇପାରେ। ନଭେମ୍ବର ୨୦ ତାରିଖ ମଧ୍ୟାହ୍ନ ସମୟରେ ନେଲ୍ଲୋର ଓ ବିଶାଖାପାଟଣା ମଧ୍ୟବର୍ତ୍ତୀ ଅଞ୍ଚଳରେ ଆନ୍ଧ୍ରପ୍ରଦେଶ ଓ ୟାନାମ୍ ଉପକୂଳ ଅତିକ୍ରମ କରିବାର ପୂର୍ବାନୁମାନ ରହିଛି ।
