ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା

ବର୍ଷା ପାଇଁ ସରକାରୀ ଛୁଟି ବାତିଲ

କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ କଲା ଜିଲ୍ଲା ପ୍ରଶାସନ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉ ସାହେବ୍ ସିନ୍ଦେ। ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଏବଂ ଜଳବନ୍ଦୀ ପରିସ୍ଥିତି ହେତୁ ଜରୁରୀକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛୁଟି ବାତିଲ କରାଯାଇଛି।

ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ। ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଏହାର ଖିଲାପ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ଦ୍ଦେଶନାମାରେ ସ୍ପଷ୍ଟ କରାଯାଇଛି।