୧୩ରେ ଅଧିବେଶନ, ୧୨ରେ ବସିବ ସର୍ବଦଳୀୟ ବୈଠକ

୧୨ ତାରିଖରେ ବସିବ ସର୍ବଦଳୀୟ ବୈଠକ

ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବ ବଜେଟ ଅଧିବେଶନ । ଏହାପୂର୍ବରୁ ୧୨ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏହି ବୈଠକରେ ଉଭୟ ସରକାରୀ ଓ ବିରୋଧୀ ଦଳ ବିଧାୟକ ଯୋଗ ଦେଇ ଆଗତ ହେବାକୁ ଥିବା ବଜେଟ୍‌କୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଏଥିର ବଜେଟ୍‌ରେ କାହା ପାଇଁ କଣ ରହିବ ତାହାରି ଉପରେ ରହିଛି ସଭିଙ୍କ ନଜର । ଦୁଇଟି ପର୍ଯ୍ୟାୟରେ ହେବ ବଜେଟ ଅଧିବେଶନ। ୧୩ ରୁ ଆରମ୍ଭ ହେବ ଅଧିବେଶନ ୧୭ ରେ ବଜେଟ୍ ଉପସ୍ଥାପିତ ହେବ। ବଜେଟ୍ ଉପସ୍ଥାପନ କରିବେ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।