ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି

ଖୋର୍ଦ୍ଧା ଜିଲ୍ଲାରେ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି

ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି । ଅସହ୍ୟ ଖରାକୁ ଦେଖି ଛୁଟି ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ ।ସେହିପରି ଦେବଗଡ଼ରେ ମଧ୍ୟ ୨୦ ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍, କଲେଜ ଛୁଟି ଘୋଷଣା । ଅଙ୍ଗନବାଡ଼ି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ବନ୍ଦ ନିର୍ଦ୍ଦେଶ । ଏଥିସହ ଦେବଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ମିଳିଥିବାରୁ ଛୁଟି ଘୋଷଣା ଦେଲେ ଜିଲ୍ଲାପାଳ । ଯଦି ପରୀକ୍ଷା ଥାଏ ତେବେ ସକାଳୁଆ କରିବାକୁ ଜାରି ହେଲା ନିର୍ଦ୍ଦେଶ ।

Leave a Reply

Your email address will not be published. Required fields are marked *