ରାତି ପାହିଲେ ବିଶ୍ବପ୍ରସିଦ୍ଧ ରଥଯାତ୍ରା

ସିଂହଦ୍ୱାରରେ ୩ ରଥ

ରଥଯାତ୍ରା ପାଇଁ ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ରଥ । ଆଜ୍ଞାମାଳ ବିଜେ ପରେ ରଥଖଳାରୁ ସିଂହଦ୍ୱାର ଅଣାଗଲା ୩ ରଥ । ନନ୍ଦିଘୋଷ, ଦର୍ପଦଳନ ପରେ ତାଳଧ୍ୱଜ ରଥ ପହଞ୍ଚିଲା । ପଟିଦିଅଁଙ୍କ ଠାରୁ ଆଜ୍ଞାମାଳ ଆସିବା ପରେ ପ୍ରଥମେ ନନ୍ଦିଘୋଷ ରଥ ଟାଣିନେଇଥିଲେ ପୋଲିସ ଓ ସୁରକ୍ଷାକର୍ମୀ । ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ସିଂହଦ୍ୱାର ଅଭିମୁଖେ ନିଆଯାଇଥିଲା । ଏହା ପରେ ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାର ଅଭିମୁଖେ ଟଣାଯାଇଥିଲା । ଶ୍ରୀଜିଉମାନେ ଏବେ ଅଣସର ଘରେ ଥିବାରୁ ପଟି ଦିଅଁଙ୍କ ଠାରୁ ବିଜେ ହୋଇଥିଲା ଆଜ୍ଞାମାଳ । ୩ ରଥର ପୂଜାପଣ୍ଡା ସାମନ୍ତ ପଟିଦିଅଁଙ୍କ ଠାରୁ ଆଜ୍ଞାମାଳ ଧରି ତିନି ରଥରେ ବିଜେ କରାଇଥିଲେ । ଏହା ପରେ ଆରମ୍ଭ ହୋଇଥିଲା ରଥଟଣା ।