୨୨ରେ ଓଡ଼ିଶା ଆସିବେ ଅମିତ ଶାହ
୨୨ରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ । ଅନ୍ୟପଟେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ନୟାଗଡ଼ ଜିଲାପାଳ ଓ ଏସ୍ପି ସ୍ଥିତି ସମୀକ୍ଷା କରିଛନ୍ତି।
