ଆସୁଛି ଆଉ ଏକ ଲଘୁଚାପ !

୧୨ରୁ ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି !

ପୁଣି ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଓଡ଼ିଶାରେ ପାଣିପାଗ ବଦଲୁଥିବା ବେଳେ ଆସନ୍ତା ୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସୂଚନା ରହିଛି । ଫଳରେ ଆସନ୍ତା ମଙ୍ଗଳବାର ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

୯ ଓ ୧୦ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବାକୁ ଥିବା ବେଳେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ଆସୁଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୧୧ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏବଂ ଏହା ୧୨ ତାରିଖରୁ ବୃଦ୍ଧି ହେବ। ତେବେ ଏହି ସମୟରେ ବୃଷ୍ଟିପାତ ସହ ବିଜୁଳି ଘଡ଼ଘଡ଼ିର ପ୍ରକୋପ ଥିବା କାରଣରୁ ବିଭିନ୍ନ ଜିଲ୍ଲାକୁ ୟେଲ୍ଲୋ ଆଲର୍ଟ ମଧ୍ୟ କରାଯାଇଛି ।