ପୁଣି ଆସୁଛି ଆଉ ଏକ ଲଘୁଚାପ!

ଆସନ୍ତା ସପ୍ତାହରେ ପୁଣି ଆସୁଛି ଆଉ ଏକ ଲଘୁଚାପ!

ଆସନ୍ତା ସପ୍ତାହରେ ପୁଣି ଆଉ ଏକ ଲଘୁଚାପ । ଏପରି ପୂର୍ବାନୁମାନ କରାଯାଇଛି । କିନ୍ତୁ ସେହି ଲଘୁଚାପଟି କେତେ ଘନୀଭୂତ ହେବ ତାହା ଆକଳନ ହୋଇନାହିଁ । ଏପଟେ ଆନ୍ଧ୍ରପ୍ରଦେଶ ଉପକୂଳରେ ବାତ୍ୟାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଓଡ଼ିଶାରେ ମଧ୍ୟ ବର୍ଷା ଓ ପବନକୁ ନେଇ ଚିନ୍ତା ବଢ଼ିଛି । ବିଶେଷକରି ଦକ୍ଷିଣ ଓଡ଼ିଶା ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ବାତ୍ୟାଜନିତ ପାଣିପାଗ ସ୍ଥିତି ଉପରେ ନଜର ରହିଛି । ବର୍ଷା ସହ ଝଟକା ପବନ, ତଳିଆ ଅଞ୍ଚଳରେ ପାଣି ଜମିବା ଏବଂ ଯାତାୟାତରେ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି ।ବାତ୍ୟାର ମୁଖ୍ୟ ପ୍ରଭାବ ଆନ୍ଧ୍ରପ୍ରଦେଶ ଉପକୂଳରେ ରହିଥିଲେ ମଧ୍ୟ ଏହା ସହ ଜଡ଼ିତ ବର୍ଷାବାଦଲ ଓଡ଼ିଶାର ପାଣିପାଗକୁ ପ୍ରଭାବିତ କରିପାରେ । ରାଜ୍ୟରେ ବାତ୍ୟା ପ୍ରଭାବରେ ମଙ୍ଗଳବାରଠାରୁ ପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି । ଭୁବନେଶ୍ୱର, କଟକ, ପୁରୀ, ଢେଙ୍କାନାଳ ଓ ବ୍ରହ୍ମପୁରରେ ମଝିରେ ମଝିରେ ବର୍ଷା ହୋଇଥିବା ବେଳେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଆକାଶ ମେଘାଚ୍ଛନ୍ନ ରହିଛି । ଆଜି ରାଜ୍ୟର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

Leave a Reply

Your email address will not be published. Required fields are marked *