ପୁଣି ଆସୁଛି ବଡ଼ ବର୍ଷା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ପୁଣି ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ ।  ଆସନ୍ତା ୨୨ରୁ ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଫଳରେ୨୩ ତାରିଖରୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା ପ୍ରଭାବ ।  ୨୪ ଓ ୨୫ରେ ସବୁଠୁ ଅଧିକ ବର୍ଷା ସମ୍ଭାବନା ରହିଛି ।ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ।  ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ।  ଲଘୁଚାପଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ ।ପରବତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବାକୁ ଥିବାରୁ ଏହାର ସୀମାନ୍ତବର୍ତ୍ତୀ ଓଡ଼ିଶା ଜିଲ୍ଲା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି