ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ !

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ,୨୪ ଘଣ୍ଟାରେ ନେବ ଲଘୁଚାପର ରୂପ । ପଶ୍ଚିମ କେନ୍ଦ୍ରୀୟ ତଥା ତତସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ସେହି ସ୍ଥାନରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ କାଲିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ତେବେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଆଦି ସ୍ଥାନରେ ବର୍ଷା ହୋଇପାରେ ।

ସେହିପରି କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲା ପାଇଁ ୟେ‌ଲୋୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ଓ ୨୭ରେ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।