୩୦ ଜିଲ୍ଲାକୁ ବର୍ଷା ସତର୍କତା

ଲଘୁଚାପ ପରେ ପୁଣି ଲଘୁଚାପ

ଗୋଟିଏ ନ ଯାଉଣୁ, ଆସୁଛି ଆଉ ଗୋଟିଏ । ୨୦ରେ ପୁଣି ଏକ ଲଘୁଚାପ ସମ୍ଭାବନା ! ଆସନ୍ତା ୧୯ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ପ୍ରଭାବରେ ୨୦ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ସାନି ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ବର୍ତ୍ତମାନ ଏହାର ସ୍ପଷ୍ଟ ଚିତ୍ର ଆସିନାହିଁ ପରବର୍ତ୍ତୀ ସମୟରେ ଏ ନେଇ ସ୍ପଷ୍ଟ କରାଯିବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବର୍ଷା ପାଇଁ ସାରା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । ୪ଟି ଜିଲ୍ଲାକୁ ଅରେଞ୍ଜ ଏବଂ ଅନ୍ୟ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

Leave a Reply

Your email address will not be published. Required fields are marked *