୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଆସନ୍ତାକାଲି ସୃଷ୍ଟି ହେବ ଆଉ ଏକ ଲଘୁଚାପ

ଗତ ସପ୍ତାହେ ଧରି ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି ।  ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ ।  ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ ।  ଆଜି ଅଧା ଓଡ଼ିଶା ପାଇଁ ରହିଛି ୱାର୍ଣ୍ଣିଂ । ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି।  କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।