୨୧ରୁ ପୁଣି ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ

କାଲିଠୁ ରତ୍ନଭଣ୍ଡାର ବୈଷୟିକ ସର୍ଭେ

କାଲିଠୁ ପୁଣିଥରେ ଚାଲିବ ରତ୍ନଭଣ୍ଡାର ବୈଷୟିକ ସର୍ଭେ। ବୈଷୟିକ ସର୍ଭେ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ୨୧, ୨୨ ଓ ୨୩ ତାରିଖରେ ଏହି ବୈଷୟିକ ସର୍ଭେ କରାଯିବ । ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏଁ ASI ପକ୍ଷରୁ ସର୍ଭେ ହେବ, ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ। ଦୁଇ ଦିନ ତଳେ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସରିଛି ଲେଜର ସ୍କାନିଂ। ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି। ସୂଚନା ଅନୁସାରେ ଗତ ୧୮ ତାରିଖରେ ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ବୈଷୟିକ ସର୍ଭେ କରାଯାଇଥିଲା। ରତ୍ନ ଭଣ୍ଡାର ତଦାରଖ କରି ଫେରିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଥିଲେ । ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଲେଜର ସ୍କାନିଂ ହୋଇଥିଲା । ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ବରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଥିଲେ।