ଆସନ୍ତାକାଲି ୧୦.୩୦ ପର୍ଯ୍ୟନ୍ତ ଗୃହ ମୁଲତବି
ଆସନ୍ତାକାଲି ୧୦.୩୦ ପର୍ଯ୍ୟନ୍ତ ଗୃହ ମୁଲତବି। ଶୋକ ପ୍ରସ୍ତାବ ପରେ ମୁଲତବି ଘୋଷଣା କଲେ ବାଚସ୍ପତି। ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସଙ୍କ ଦ୍ୱାରା ଅଭିଭାଷଣ ରଖାଯିବା ପରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସମର୍ଥନ କରିଥିଲେ ବିରୋଧୀ । ଏହାପରେ ଗୃହକୁ ଆସନ୍ତା କାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ । ଆସନ୍ତା କାଲି ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ହେବା ସହ , ୨୪ ତାରିଖରେ ଏନେଇ ନିର୍ବାଚନ ହେବ । ଏହାପରେ ୨୫ ତାରିଖରେ ଉପସ୍ଥାପିତ ହେବ ପୂର୍ଣ୍ଣ ବଜେଟ୍ । ଗୃହରେ ପୂର୍ବତନ ରାଜ୍ୟପାଳ ସ୍ୱର୍ଗତ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ, ପୂର୍ବତନ ଉପ-ବାଚସ୍ପତି ସ୍ୱର୍ଗତ ସୁରେନ୍ଦ୍ରନାଥ ନାୟକ, ପୂୂର୍ବତନ ମନ୍ତ୍ରୀ ଦାମୋଦର ରାଉତ, ଡମ୍ବରୁଧର ଉଲ୍ଲାକା, କମଳା ଦାସ, ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓ, ଆଦିତ୍ୟ ମାଢୀ, ବିଶିଷ୍ଟ ସମାଜସେବୀ ସ୍ୱର୍ଗତଃ କମଳା ପୂଜାରୀ ଏବଂ ଓଡିଶା ପୋଲିସର ପୂର୍ବତନ କନେଷ୍ଟବଳ ସ୍ୱର୍ଗତଃ ହିମାଂଶୁ ଶେଖର ରଥଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆଗତ ହେଇଥିଲା । ଶୋକପ୍ରସ୍ତାବକୁ ବିଜେଡି ବିଧାୟକ ଦଳ ନେତା ନବୀନ ପଟ୍ଟନାୟକ ଏବଂ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ସମର୍ଥନ ଜଣାଇଥିଲେ ।